ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୪୦୩ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ନୂଆପଡ଼ା, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୪୯୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୪୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୦୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୫୫,୮୯୯କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୬,୮୧୨ ଥିବା ବେଳେ ୫,୪୬,୬୩୧ ଜଣ ସୁସ୍ଥ ହୋଇଛନ୍ତି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।