ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୨୯୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୯୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୩ ହଜାର ୪୯୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪୪ ହଜାର ୮୦୧ ରହିଥିବା ବେଳେ ୩୪ ହଜାର ୯୬୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |