Quantum Mirror

ଆଜି ରାଜ୍ୟରେ କରୋନା ରେ ୩୮ ଜଣଙ୍କ ମୃତ୍ୟୁ

ଆଜି ରାଜ୍ୟରେ କରୋନା ରେ ୩୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି କଟକ ଓ ବରଗଡ଼ରୁ ୫ ଜଣ ଲେଖାଏଁ, ମୟୂରଭଞ୍ଜ ଓ ପୁରୀରୁ ୪ ଜଣ ଲେଖାଏଁ, ସମ୍ବଲପୁରରୁ ୩ ଜଣ, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ, କେନ୍ଦୁଝର, କୋରାପୁଟ ଓ ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼ ଓ ଗଞ୍ଜାମରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×