ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୮୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୬୩୪ ଜଣ ଚିହ୍ନଟ ହୋଇଛନ୍ତି ।ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୦ ହଜାର ୪୯୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୨୩ ହଜାର ୫୯୯ ରହିଥିବା ବେଳେ ୪୩ ହଜାର ୩୩୮ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।