Quantum Mirror

ଆଜି ରାଜ୍ୟରେ କରୋନାରେ ୩୯ ଜଣଙ୍କ ମୃତ୍ୟୁ, ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ

ଆଜି ରାଜ୍ୟରେ କରୋନାରେ ୩୯ ଜଣଙ୍କ ମୃତ୍ୟୁ, ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ

ଭୁବନେଶ୍ୱର:ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ପୁରୀ, ଗଜପତି, ଗଞ୍ଜାମ, ଦେବଗଡ଼, କଟକ ଓ ବୌଦ୍ଧରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×