Quantum Mirror

ଆଜି ରାଜ୍ୟରେ କରୋନାରେ ୪୩ ଜଣଙ୍କ ମୃତ୍ୟୁ

ଆଜି ରାଜ୍ୟରେ କରୋନାରେ ୪୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକ ଓ ବରଗଡ଼ରୁ ୫ ଜଣ ଲେଖାଏଁ, ଝାରସୁଗୁଡ଼ା ଓ ପୁରୀରୁ ୪ ଜଣ ଲେଖାଏଁ, ଗଞ୍ଜାମ ଓ କୋରାପୁଟରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ବୌଦ୍ଧ, ସମ୍ବଲପୁର, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×