ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି ।ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ, କଟକରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ, ପୁରୀରୁ ୪ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ନୟାଗଡ଼ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ ଓ ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ୩୭୬୧ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।