Quantum Mirror

ଆଜି ରାଜ୍ୟରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ପୁଣି ୮ ହଜାର ୮୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୮୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଳକ୍ଷ ୯୦ ହଜାର ୯୭୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସର୍ମ୍ପକ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୭୬୯, ମୟୂରଭଞ୍ଜରୁ ୫୮୩, ଢେଙ୍କାନାଳରୁ ୫୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×