Quantum Mirror

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, କଟକ, ନୟାଗଡ, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୬୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪୪୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୧୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୬୩୬୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×