Quantum Mirror

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ: ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି ।

ବୃଷ:   ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ ।

ମିଥୁନ:   କେତେକ ଅପ୍ରୀତିକର ପରିସ୍ଥିତି ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ ।

କର୍କଟ:   ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି ।

ସିଂହ:   ଆଗାମୀ ସମୟରେ ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେ ଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ ।

କନ୍ୟା:   ବିଭିନ୍ନ ପ୍ରକାରର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।

ତୁଳା:   ବିଭିନ୍ନ ପ୍ରକାରର ଅସୁବିଧା ବିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ ।

ବିଛା:   ଆତ୍ମୀୟସ୍ୱଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ ।

ଧନୁ:   ସାମାଜିକ ସ୍ତରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ ।

ମକର:  ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ ।

କୁମ୍ଭ:   ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ ।

ମୀନ:  ଜଣେ ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×