Quantum Mirror

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ:    ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

ବୃଷ:  ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।

ମିଥୁନ:  ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ ।

କର୍କଟ:  ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।

ସିଂହ:  ଆଜି ନିଜ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ମନେ ରଖନ୍ତୁ କେବଳ ଥଣ୍ଡା ମନରେ ଧର୍ଯ୍ୟ ରଖନ୍ତୁ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।

କନ୍ୟା:   ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚ଼ିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚ଼ିନ୍ତି ନିଅନ୍ତୁ ।

ତୁଳା:  ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।

ବିଛା:  ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।

ଧନୁ:  ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟରେ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।

ମକର:  ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।

କୁମ୍ଭ: ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।

ମୀନ:  ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×