୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧,୧୦୪କୁ ବୃଦ୍ଧି ପାଇଛି
୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧,୧୦୪କୁ ବୃଦ୍ଧି ପାଇଛି
ଭୁବନେଶ୍ୱର: ଆଜି ରାଜ୍ୟରେ କରୋନା ନେଲା ୧୫ ଜଣଙ୍କ ଜୀବନ । ଯାହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୦୪ ଛୁଇଁଲାଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ନବରଙ୍ଗପୁର ଏବଂ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Regret to inform the demise of fifteen #COVID19 positive patients while under treatment in hospitals.
1. A 65-year old male of Bhubaneswar who was also suffering from Diabetes.
2. A 60-year old male of Bhubaneswar.
— H & FW Dept Odisha (@HFWOdisha) October 16, 2020