ଭୁବନେଶ୍ଵର: ରାଜ୍ୟର ପ୍ରାଥମିକ ଏବଂ ମାଧ୍ୟମିକ ସ୍କୁଲଗୁଡ଼ିକରେ ଆସନ୍ତାକାଲି ଅର୍ଥାତ ମଙ୍ଗଳବାରଠାରୁ ନାମଲେଖା ଆରମ୍ଭ ହେବ। ପ୍ରତ୍ୟେକ କାର୍ଯ୍ୟ ଦିବସର ସକାଳ ୭ଟାରୁ ପୂର୍ବାହ୍ନ ସାଢ଼େ ୯ଟା ପର୍ଯ୍ୟନ୍ତ ନାମଲେଖା ପ୍ରକ୍ରିୟା ଚାଲୁ ରହିବ। ଏକ ସମୟରେ ୫ ଜଣରୁ ଅଧିକ ଅଭିଭାବକ ସ୍କୁଲରେ ପ୍ରବେଶ କରିପାରିବେ ନାହିଁ ବୋଲି ଚିଠିରେ କୁହାଯାଇଛି। କରୋନା ମହାମାରୀ ଦୃଷ୍ଟିରୁ ଏପରି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ଏ ନେଇ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ପକ୍ଷରୁ ରାଜ୍ୟର ସମସ୍ତ ଜିଲା ଶିକ୍ଷା ଅଧିକାରୀ (ଡିଇଓ), ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଏବଂ ଡିପିସିଙ୍କୁ ଚିଠି ଲେଖାଯାଇ ଅବଗତ କରାଯାଇଛି।ନାମଲେଖା କାର୍ଯ୍ୟ ଆସନ୍ତା ମେ ୩୧ ତାରିଖ ସୁଦ୍ଧା ଶେଷ କରିବାକୁ ଚିଠିରେ ଅତିରିକ୍ତ ସଚିବ ନିର୍ଦେଶ ଦେଇଥିବା ଜଣାପଡ଼ିଛି। ନାମଲେଖା ସମୟରେ କୋଭିଡ ଗାଇଡଲାଇନକୁ ପାଳନ କରିବାକୁ ମଧ୍ୟ ଚିଠିରେ ନିର୍ଦେଶ ଦିଆଯାଇଛି। ତେବେ ନାମଲେଖା ସମ୍ପର୍କରେ ‘ଶିକ୍ଷା ସଂଯୋଗ’ ହ୍ବାଟ୍ସଆପ୍ ଗ୍ରୁପ ଜରିଆରେ ଅଭିଭାବକମାନଙ୍କୁ ସୂଚନା ଦେବା ଳାଗି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।