Quantum Mirror

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୧୦୮ ଜଣ କରୋନା ପଜିଟିଭ୍, ୨୬ ଜୀବନ ନେଲା କରୋନା

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୧୦୮ ଜଣ କରୋନା ପଜିଟିଭ୍, ୨୬ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୧ ହଜାର ୧୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୨୧୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୮୮୯ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୭୯ ହଜାର ୫୩୦ ଜଣକୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଉ ୨୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬, କଳାହାଣ୍ଡିରୁ ୪ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଓ ପୁରୀରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, କୋରାପୁଟ ଓ ନୂଆପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୪୫୬ରେ ପହଞ୍ଚିଛି।

 

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×