ବାଲେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ୟାସ’ ଧାମରା ନିକଟ ଦେଇ ସ୍ଥଳଭାଗ ଅତିକ୍ରମ କରିବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ତେବେ ‘ୟଶ୍’ ଭଦ୍ରକ ଜିଲ୍ଲାର ଧାମରା ନିକଟରେ ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳୁ ବାତ୍ୟାର ଲ୍ୟାଣ୍ଡଫଲ ନେଇ ପ୍ରକ୍ରିୟା ଆରମ୍ଭ ହୋଇଯିବ । ତେବେ ବେଳକୁ ବେଳ ବାତ୍ୟା ନିକଟତର ହେଉଥିବାରୁ ଏହାର ଆଖି ଦୃଶ୍ୟମାନ ହେଇଥିବା ଜଣାପଡ଼ିଛି । ତେବେ ସାମୁଦ୍ରିକ ଝଡ଼ ‘ୟଶ୍’ ବର୍ତ୍ତମାନ ଘଣ୍ଟାପ୍ରତି ୧୦ କିମି ବେଗରେ ଗତି କରୁଥିବା ଜଣାପଡ଼ିଛି ।ତେବେ ବାତ୍ୟାର ପ୍ରକୋପରେ ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲା ବିଶେଷ ଭାବେ ପ୍ରଭାବିତ ହେବାର ଆଶଙ୍କା ରହିଛି । ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ଜୁଆର ୪ ମିଟର ଉଚ୍ଚତା ପର୍ଯ୍ୟନ୍ତ ମାଡ଼ି ଆସିବାର ଭୟ ରହିଛି । ବର୍ତ୍ତମାନ ବାତ୍ୟା ବଙ୍ଗୋପସାଗରରୁ ଶକ୍ତି ସଞ୍ଚୟ କରି ଆଗକୁ ଗତି କରୁଛି । ପ୍ରବଳ ପବନର ପ୍ରଭାବରେ ବଡ଼ ବଡ଼ ଗଛ ଉପୁଡ଼ିବା ସହ, ଆଜବେଷ୍ଟସ୍ ଘର, ପୁରୁଣା କୋଠା ଭାଙ୍ଗିବାର ସମ୍ଭାବନା ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ପାଦାଦୀପ ଓ ଧାମରାରେ ୪ ନମ୍ବର ବିପଦ ସଙ୍କେତ ଜାରି କରାଯାଇଥିବା ଜଣାପଡ଼ିଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |