Quantum Mirror

ଆଜି ୩୭ ଜଣଙ୍କର ଜୀବନ ନେଲା ଭୟଙ୍କର କରୋନା

ଆଜି ୩୭ ଜଣଙ୍କର ଜୀବନ ନେଲା ଭୟଙ୍କର କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି । ସେହିପରି କଳାହାଣ୍ଡି, କଟକରୁ ୪ ଜଣ ଲେଖାଏଁ, ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ସମ୍ବଲପୁର, ରାୟଗଡ଼ା, ନୂଆପଡ଼ା, କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଗଜପତି, ଗଞ୍ଜାମ ଓ କୋରାପୁଟରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୭୩ ହଜାର ୭୩୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୬ ଲକ୍ଷ ୮୦ ହଜାର ୯୩୨ ରହିଥିବା ବେଳେ ୮୯ ହଜାର ୯୫୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×