ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ କମୁଥିଲେ ବି କମୁନି ମୃତ୍ୟୁସଂଖ୍ୟା, ଯାହାର ମୁକାବିଲା କରିବା ପାଇଁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି । ଏଭଳି ପରିସ୍ଥିତିରେ ଉତ୍ତରପ୍ରଦେଶର ଫିରୋଜାବାଦ ଜିଲ୍ଲା ପ୍ରଶାସନ ଟିକାକରଣକୁ ନେଇ ବଡ ଘୋଷଣା କରିଛନ୍ତି । ଜିଲ୍ଲା ପ୍ରଶାସନରୁ ଦିଆଯାଇଥିବା ନିର୍ଦ୍ଦେଶାନାମାରେ କୁହାଯାଇଛି ଯେ, ସରକାରୀ କର୍ମଚାରୀ ଟିକା ନନେବା ପର୍ଯ୍ୟନ୍ତ ସେମାନଙ୍କୁ ଦରମା ଦିଆଯିବ ନାହିଁ । ଜିଲାର ମୁଖ୍ୟ ବିକାଶ ଅଧିକାରୀ ଚର୍ଚ୍ଚିତ ଗଉର କହିଛନ୍ତି, ଜିଲ୍ଲାପାଳ ଚନ୍ଦ୍ରବିଜୟ ସିଂ ଏଭଳି ଏକ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ଟ୍ରେଜେରୀ ଅଫିସର ଏବଂ ଅନ୍ୟ ବିଭାଗୀୟ ମୁଖ୍ୟମାନଙ୍କୁ ମଧ୍ୟ ଏହି ଆଦେଶ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତାହାସହିତ କେଉଁ ସରକାରୀ କର୍ମଚାରୀମାନେ ଟିକା ନେବାକୁ ବାକି ରହିଛନ୍ତି, ସେମାନଙ୍କର ଏକ ତାଲିକା ପ୍ରସ୍ତୁତ କରିବାକୁ କୁହାଯାଇଛି।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |