ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ସାମାନ୍ୟ ଶିଥିଳ ପଡ଼ିଥିବା ଦେଖିବାକୁ ମିଳିଛି । ତେବେ କଟକଣା ଲାଗୁ ହେବା ପରେ ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ମଧ୍ୟ ଏହାକୁ ହାଲୁକା ଭାବେ ଗ୍ରହଣ କରିବା ଅନୁଚିତ । ଆସନ୍ତା ସେପ୍ଟେମ୍ବର–ଅକ୍ଟୋବର ମାସରେ କରୋନାର ତୃତୀୟ ଲହର ଆସିପାରେ । ତେଣୁ ଏନେଇ ଜନସାଧାରଣ ସଚେତନ ରହିବା ଆବଶ୍ୟକ । ତୃତୀୟ ଲହରରେ ଛୁଆମାନେ ବେଶି ମାତ୍ରାରେ ଆକ୍ରାନ୍ତ ହେବାର ସମ୍ଭାବନା ରହିଥିବାରୁ ସେଥିପାଇଁ ବିଶେଷ ଧ୍ୟାନ ଦିଆଯିବା ସହ ସମସ୍ତ ପଦକ୍ଷେପ ନିଆଯାଉଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଶ୍ରୀ ମହାପାତ୍ର କହିଛନ୍ତି ଯେ, ରାଜ୍ୟର ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲରେ ଥିବା ୧୧୧୪ ଡାକ୍ତର ଓ ୧୦୨୬ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ତାମିଲ୍ ଦିଆଯିବ । ଶିଶୁଙ୍କ ପାଇଁ ଆଇସିୟୁ ଓ ଜେନେରାଲ୍ ବେଡ୍ ପ୍ରସ୍ତୁତ ରଖାଯାଇଛି । ୫ ପ୍ରତିଶତରୁ କମ୍ ସଂକ୍ରମଣ ଥିବା ଜିଲ୍ଲାମାନଙ୍କରେ ଅନଲକ୍ କରାଯିବା ନେଇ ବିଚାରବିମର୍ଶ ଚାଲିଛି । ଜନସାଧାରଣ ତୃତୀୟ ଲହରକୁ ନେଇ ଭୟଭୀତ ନ ହୋଇ ସାବଧାନ ରହିବାକୁ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |