Quantum Mirror

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୨୩୫ କରୋନା ପଜିଟିଭ୍

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୨୩୫ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୫୨୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୯୫୭ ଓ ସ୍ଥାନୀୟ ଅଞ୍ଚଳରୁ ୨୨୭୮ ଜଣ ଚିହ୍ନଟ ହୋଇଛନ୍ତି ।ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୭୨ ହଜାର ୯୭୨ ରହିଥିବା ବେଳେ ୬୬ ହଜାର ୨୨୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×