ବଙ୍ଗୋପସାଗରରେ ଘନୀଭୂତ ହେଲା ଲଘୁଚାପ। ତେବେ କାଲି ସକାଳ ସୁଦ୍ଧା ଅବାପାତରେ ପରିଣତ ହେବା ସମ୍ଭାବନା ରହିଛି l ଉତ୍ତର ଓଡିଶା- ପଶ୍ଚିମବଙ୍ଗର କଣ୍ଟାଇ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ଅନୁମାନ କରାଯାଉଛି । ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷା ସମ୍ଭାବନା ରହିଛି। ୨୪ ତାରିଖ ଅପରାହ୍ନରୁ ପାଗରେ ପରିବର୍ତ୍ତନ ଆସିବ। ୨୪ ରାତିରୁ ୨୬ ଅପରାହ୍ନ ଯାଏଁ ଉପକୂଳ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷା ବିସ୍ତାରିତ ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ତଥା ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ। ଉପକୂଳରେ କୋହୋଲା ପାଗ ସହ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ସହ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରାଯାଇଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।