ରାଜ୍ଯରେ ଆଜିଠୁ କମିବ ତାପମାତ୍ରା । ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାତି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜିଠୁ ବର୍ଷାର ପରିମାଣ ବଢିବା ସହ ୨୦ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଅଗ୍ରସର ହେବ । ୨୩ ତାରିଖ ସୁଦ୍ଧା ସଂପୂର୍ଣ୍ଣ ଓଡ଼ିଶାକୁ ମୌସୁମୀ ଛୁଇଁବାକୁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଲାଗିରହିବ । ଆଜି ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡିଶାର ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୨୬ଟି ଜିଲ୍ଲାରେ ଉତ୍କଟ ସ୍ଥିତି ଦେଖା ଦେଇଛି । ବଡ ବର୍ଷା ହେଲେ ଏହା ଭରଣା ହେବ ବୋଲି ଆଇଏମଡି ଆଶା ରଖିଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |