Quantum Mirror

ବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।

ଆରପାରିରେ ବିଶିଷ୍ଟ ତବଲା ବାଦକ ଜାକିର ହୁସେନ । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା । କିଛିଦିନ ତଳେ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତେବେ ବର୍ତ୍ତମାନ ସେ ଚିକିତ୍ସାଧୀନ ଅବସ୍ତାରେ ହିଁ ଶେଷ ନିଶ୍ୱାସ ତ୍ୟାଗ କରିଥିବା ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚନା ମିଳିଛି । ୧୯୫୧ ମାର୍ଚ୍ଚ ୯ ତାରିଖରେ ଜନ୍ମଲାଭ କରିଥିଲେ ପଦ୍ମ ବିଭୂଷଣ ଉସ୍ତାଦ ଜାକିର ହୁସେନ । ତବଲା ବାଦ୍ୟରେ ବିଶ୍ୱପ୍ରସିଦ୍ଧି ହାସଲ କରି ସେ ଅନେକ ପୁରସ୍କାରର ଅଧିକାରୀ ହୋଇଛନ୍ତି । ୧୯୮୮ ମସିହାରେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ ଉସ୍ତାଦ ଜାକିର ହୁସେନ୍ । ଏହାପରେ ୨୦୦୨ ମସିହାରେ ତାଙ୍କୁ ପଦ୍ମଭୂଷଣ ଏବଂ ୨୦୨୩ ମସିହାରେ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଛି । ଉସ୍ତାଦ ଜାକିର ହୁସେନଙ୍କୁ ୩ ଥର ଗ୍ରେମୀ ଆୱାର୍ଡ ମଧ୍ୟ ପ୍ରଦାନ କରାଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×