କେନ୍ଦ୍ରାପଡ଼ା/ରାଜନଗର : କେନ୍ଦ୍ରାପଡ଼ା ସହରର ଏକ ଘରୋଇ ନର୍ସିଂହୋମ୍ରେ ଦୁଇ ମୁଣ୍ଡ ଓ ତିନି ହାତ ଥିବା ଶିଶୁକନ୍ୟା ଜନ୍ମ ହୋଇଛି। କେନ୍ଦ୍ରାପଡ଼ା ଜିଲାର ରାଜନଗର ବ୍ଲକ ଅନ୍ତର୍ଗତ କଣି ଗ୍ରାମର ଅମ୍ବିକା ପରିଡ଼ା ଶିଶୁ କନ୍ୟାଟିକୁ ଜନ୍ମ ଦେଇଛନ୍ତି। ରବିବାର ଗର୍ଭ ଯନ୍ତ୍ରଣା ଭୋଗିବାରୁ ଅମ୍ବିକାଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ କେନ୍ଦ୍ରାପଡ଼ା ଟାଉନ୍ର ଏକ ଘରୋଇ ନର୍ସିଂହୋମ୍କୁ ନିଆଯାଇଥିଲା। ସେଠାରେ ତାଙ୍କର ଶିଶୁକନ୍ୟା ଜନ୍ମ ହୋଇଥିଲା। ଶିଶୁର ଉନ୍ନତ ଚିକିତ୍ସା ପାଇଁ କଟକ ଶିଶୁଭବନ ସ୍ଥାନାନ୍ତର କରାଯାଇଛି। ଶିଶୁଭବନର ଏସଏନସିୟୁରେ ଚିକିତ୍ସା ଆରମ୍ଭ ହୋଇଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।