Quantum Mirror

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ:  ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ଶୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ । ପୂର୍ଣ୍ଣ ନିଷ୍ଠାର ସହିତ ପ୍ରୟାସ ଜାରିରଖନ୍ତୁ ନିଶ୍ଚୟ ସଫଳତା ମିଳିବ ।
ବୃଷ:  ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ହୋଇପାରେ । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।
ମିଥୁନ:  ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।
କର୍କଟ:  କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ ।
ସିଂହ:  ସପ୍ତାହରୁ ଚାଲି ଆସୁଥିବା ଯୁକ୍ତି ଏବଂ ଚିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚେ଼ଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।
କନ୍ୟା:   ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।
ତୁଳା:  ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।
ବିଛା:   ବର୍ତ୍ତମାନ ବୋଧହୁଏ ଆପଣ କୌଣସି କଠିନ କାମ କରୁଛନ୍ତି ।ଭଲ ଭାବରେ ବୁଝିବିଚାରି କାମ କରନ୍ତୁ ଏବଂ ନିଜର ବିଚାରକୁ ଷ୍ପଷ୍ଟ ଭାବରେ ଉପସ୍ଥାପନ କରନ୍ତୁ । ବ୍ୟସ୍ତ ହୋଇ କୌଣସି ଭୂଲ୍ କରନ୍ତୁ ନାହିଁ ।
ଧନୁ:  ଆଜି ଆପଣ ହଠାତ୍ କୌଣସି ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ ଯାହାଦ୍ୱାରା ଆପଣ ବହୁତ ଖୁସି ହେବେ । ଆଜି ଆପଣ ପୁରୁଣା ବନ୍ଧୁଙ୍କ ସହିତ ପୁରୁଣା ସ୍ମୃତି ସବୁମନେ ପକାଇପାରନ୍ତି ।
ମକର:  ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।
କୁମ୍ଭ:  ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ, ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।
ମୀନ:  ଆପଣଙ୍କର କୌଣସି ପ୍ରକାର ସହଯୋଗ ଆବଶ୍ୟକ ହେଲେ ଆପଣଙ୍କର ମିତ୍ର ଏବଂ ସମ୍ପର୍କିୟ ସାହାଯ୍ୟ କରିବେ । ନିଜ ଲୋକଙ୍କର ସାହାଯ୍ୟରେ ଆପଣ ଆପଣଙ୍କର ସମସ୍ୟାର ସମାଧାନ କରିପାରିବେ ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×