ମେଷ: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।
ବୃଷ: ଆଜି ନିଜ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି ।
ମିଥୁନ: ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ
କର୍କଟ: ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।
ସିଂହ: ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।
କନ୍ୟା: ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ ।
ତୁଳା: ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।
ବିଛା: ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ ।
ଧନୁ: ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।
କୁମ୍ଭ: ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।
ମୀନ: ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ ।