Quantum Mirror

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ: ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହିବା ଭଲ ହେବ।ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ପାରିବାରିକ ସ୍ତରରେ ଟେନ୍‌ସନ କମିଯିବା ସକାଶେ ଚେଷ୍ଟା କରିବେ । ଭ୍ରମଣ ସୁଯୋଗ ଜୁଟିବା ସହ ନୂତନ ବନ୍ଧୁତା ସୃଷ୍ଟି ହେବ। ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।

ବୃଷ:  ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ।

ମିଥୁନ: ନିଜର କାର୍ଯ୍ୟଦକ୍ଷତା କାରଣରୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆରଦ୍ରା ନକ୍ଷତ୍ରର ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। ପରିବାରର ବ୍ୟତିକ୍ରମକୁ ନେଇ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଆଶା କରିଥିବା ଦିଗରୁ ଅର୍ଥ କିମ୍ବା ଶୁଭ ଖବର ପାଇ ଖୁସୀ ହେବେ।

କର୍କଟ: ବିଭିନ୍ନ ପ୍ରକାର ସମସ୍ୟାକୁ କେନ୍ଦ୍ରକରି ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ। କୌଣସି ବ୍ୟକ୍ତି ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।

ସି˚ହ: କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ସହକର୍ମୀମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ।  ଆର୍ଥିକ ସହାୟତା ବନ୍ଧୁଙ୍କଠାରୁ ପାଇ କାମ ହାସଲ କରିବେ।

କନ୍ୟା:କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ।  ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କଲେ ସଫଳତା ଅବଶ୍ୟ ମିଳିବ। ପରିବାରରେ କଳହ ଲାଗିପାରେ।

ତୁଳା: ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ, ଆଜି ତାହା ବିଳମ୍ବରେ ପାଇବେ ।କର୍ମ ଜଞ୍ଜାଳର ଟେନ୍‌ସନ ସଙ୍ଗକୁ ପିଲାଙ୍କ ବିଶୃଙ୍ଖଳିତ ଆଚରଣରୁ କ୍ଷୁବ୍‌ଧ ହୋଇପାରନ୍ତି। ଆନୁଷ୍ଠାନିକ ପରିବେଶରେ ମିତ୍ରତାର ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ଅଂଶୀଦାର ବ୍ୟବସାୟୀଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।

ବିଛା: ଶାନ୍ତ ପଡ଼ିଯାଇଥିବା ପୁରାତନ ରୋଗର ପୀଡ଼ା ପୁନଶ୍ଚ ଅନୁଭବ ହୋଇପାରେ। ଅନ୍ୟମାନଙ୍କ ଶତ୍ରୁତା କାରଣରୁ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ। ପଡ଼ୋଶୀ ଈର୍ଷାନ୍ବିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି। ନୂତନ କର୍ମାରମ୍ଭ, ଯାତ୍ରା, ବ୍ୟବସାୟ, ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ।

ଧନୁ: ବନ୍ଧୁଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ଅଭାବ ଅନଟନ ନ ଥିଲେ ମଧ୍ୟ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ ଅଭାବରୁ ଅଶାନ୍ତ ରହିବେ।  ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।

ମକର: କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା କରାଯାଇପାରେ।  ଯେତେ ଭଲ କାମ କଲେ ମଧ୍ୟ ବନ୍ଧୁଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ ।

କୁମ୍ଭ: ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଅଘାତ ଦେଇପାରେ।ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାରୁ ମନ ଖୁସୀ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।  ନିର୍ମାଣ ଓ ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।

ମୀନ: ବନ୍ଧୁମାନଙ୍କ ସକ୍ରିୟ ସହଯୋଗରୁ ସରକାରୀ ସ୍ତରରୁ ସହାୟତା ପାଇପାରନ୍ତି। ନୂତନ କର୍ମାରମ୍ଭରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ଈର୍ଷାପରାୟଣ ବନ୍ଧୁମାନେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×