Quantum Mirror

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି  ହୋଇପାରିବ । ଦୀର୍ଘଦିନର ବକେୟା ପାଇପାରନ୍ତି କିମ୍ବା ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ମଧ୍ୟ ଲାଭାନ୍ୱିତ ହେବେ ।

ବୃଷ:  ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନକୁ ଖୁସୀ ହୋଇଯିବେ ।

ମିଥୁନ: ଆଜି ତିନୋଟି କେନ୍ଦ୍ରରେ ଗ୍ରହଙ୍କ ଅବସ୍ଥିତି ହେତୁ କାମଗୁଡିକ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ରହିବ ।

କର୍କଟ:  ଗତକାଲି ଠାରୁ ଅଟକି ରହିତରବା କାମଗୁଡିକ ଆଜି ସୁବିଧାରେ ହୋଇଯିବ । ପାରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି ।

ସିଂହ:  ବନ୍ଧୁମାନଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାତ୍ମକ ଭାବ ଉଦ୍ରେକ ହେବ ନାହିଁ । ସାମାଜିକ ସ୍ତରରେ ସାଧାରଣ ସ୍ୱାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି ।

କନ୍ୟା: କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା  ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସକ୍ଷମ ହେବେ ।

ତୁଳା: ଯାହା ଓ ଯେତିକି ପାଇବା କଥା ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନ କଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି ।

ବିଛା: ଆନୁଷଙ୍ଗିକ ସାହାର୍ଯ୍ୟ ଓ ସହ-ଯୋଗ କାର୍ଯ୍ୟକୁ ତ୍ୱରାନ୍ୱିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।

ଧନୁ: ଆପଣଙ୍କର ସୁସ୍ଥ ମାନସିକ କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ । ବନ୍ଧୁମାନଙ୍କ ଗ୍ରହଣରେ ଅପ୍ରିୟସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନୀ ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି ।

ମକର: ଆଜିର ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ହୋଇପାରନ୍ତି ।

କୁମ୍ଭ:  ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବାକୁ ପଡିବ । ପରିବର୍ତ୍ତିତ ସମୟକୁ ଆଖି ଆଗରେ ରଖି କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଷ୍ପତ୍ତି ନେବା ଠିକ୍ ହେବ ।

ମୀନ: ସହନଶୀଳତା ଗୁଣରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×