ଆଜି ରାଜ୍ୟରେ ୧୮କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆଜି ରାଜ୍ୟରେ ୧୮କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ନୟାଗଡ, ପୁରୀ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।