ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ:  ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।
ବୃଷ: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।
ମିଥୁନ:  ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବ ଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।
କର୍କଟ:   ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇବେ । ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଳିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।
ସିଂହ:  ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷ୍ୟରେ ପହଁଚିବା କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତିଗଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।
କନ୍ୟା:  ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।
ତୁଳା:   ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି, ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।
ବିଛା:   ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।
ଧନୁ:  ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚେ଼ସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।
ମକର:   ଆଜି ଆପଣ ନିଜକୁ ଠିକ ଭାବେ ବୁଝି ପାରିବେ । ଆଜି ଆପଣ ନିଜର ବ୍ୟକ୍ତିତ୍ତ୍ୱକୁ ଭଲ ଭାବେ ବୁଝିବାକୁ ଚେଷ୍ଟା କରିବେ । ଏହି ସମୟ ଆପଣଙ୍କ ପାଇଁ ଶୁଭ ଅଟେ ।
କୁମ୍ଭ:   ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଜରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।
ମୀନ:  ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚିତ୍ ।