ବ୍ରାହ୍ମଣୀ ନଦୀରେ ଭାସିଲା ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରାହ୍ମଣୀ ନଦୀରେ ଭାସିଲା ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରାହ୍ମଣୀ ନଦୀରୁ ଏକ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ଯାଜପୁର ଜିଲ୍ଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଳକୁଣ୍ଡ ମଙ୍ଗଳା ମନ୍ଦିର ବ୍ରାହ୍ମଣୀ ନଦୀରେ ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି । ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ । ଯୁବତୀଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।