ରାଜ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କୋରୋନା, ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି

ରାଜ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କୋରୋନା, ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୪, ସମ୍ବଲପୁରରେ ୩ ଓ ଭୁବନେଶ୍ବରରେ ୨ ଜଣଙ୍କ ମୃତ୍ୟୁ, ଭଦ୍ରକ, କଟକ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ନୟାଗଡ଼, ରାୟଗଡ଼ା ଓ ସୁବର୍ଣ୍ଣପୁରରେ ଜଣେ ଲେଖାଏଁ ରହିଛନ୍ତି ।