ରାଜ୍ୟରେ ଆଜି ଆଉ ୧୦ ଜଣଙ୍କ ଜୀବନ ନେଲା କୋରୋନା

ରାଜ୍ୟରେ ଆଜି ଆଉ ୧୦ ଜଣଙ୍କ ଜୀବନ ନେଲା କୋରୋନା

ଆଜି ରାଜ୍ୟରେ ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୦୯ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ ଜଣ, ଗଜପତିଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।