ରାଜ୍ୟରେ କୋରୋନାରେ ଗୋଟିଏ ଦିନରେ ସୁସ୍ଥ ହେଲେ ୧୬୪୧

ରାଜ୍ୟରେ କୋରୋନାରେ ଗୋଟିଏ ଦିନରେ ସୁସ୍ଥ ହେଲେ ୧୬୪୧

ରାଜ୍ୟରେ ଦ୍ରୁତଗତିରେ ବଢ଼ି ବଢ଼ି ଚାଲିଛି କୋରୋନା ଭୂତାଣୁ(Coronavirus) ସଂକ୍ରମିତଙ୍କ ସଂଖ୍ୟା । ଏହାସହ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଉଛି । ଅନ୍ୟପଟେ ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଏହା ଯେ ରାଜ୍ୟରେ ସଂକ୍ରମିତଙ୍କ ସୁସ୍ଥ ହାରରେ କ୍ରମାଗତ ସୁଧାର ଆସୁଛି । ଏହି କ୍ରମରେ ଆଜି(ଗୁରୁବାର) ରାଜ୍ୟରେ ୧୬୪୧ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ପରେ ଓଡ଼ିଶାରେ ବର୍ତ୍ତମାନ ପର୍ଯ୍ୟନ୍ତ ୪୮,୫୭୬ ଜଣ ସଂକ୍ରମିତ ଏହି ମହାମାରୀ ଭୂତାଣୁକୁ ପରାଜିତ କରିବାରେ ସଫଳ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୭୦,୦୨୦ କୋରୋନା ସଂକ୍ରମିତ(COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୩୮୦ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହାସହ କୋରୋନା ସଂକ୍ରମିତ ସହ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ବରଣ କରିଥିବା ରୋଗୀଙ୍କ ସଂଖ୍ୟା ୫୩ରେ ପହଞ୍ଚିଛି । ୪୬,୯୩୬ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୨୨,୬୫୧ ସଂକ୍ରିୟ କୋରୋନା ସଂକ୍ରମିତ ମାମଲା ରହିଛି ।