ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୮୦ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୮୦ କୁ ବୃଦ୍ଧି

ରାଜ୍ୟରେ କରୋନା ମହାମାରୀ ଯୋଗୁ ଆଉ ୮ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।କରୋନା ଯୋଗୁ ଆଖି ବୁଜିଥିବା ୮ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ କେବଳ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଜଣେ ଲେଖା ଆକ୍ରାନ୍ତ ଆଖି ବୁଜିଥିବା ଜଣାଯାଇଛି।