ରାଜ୍ୟରେ ପୁଣି ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୮୨ କୁ ବୃଦ୍ଧି

ରାଜ୍ୟରେ ପୁଣି ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୮୨ କୁ ବୃଦ୍ଧି

ପୁଣି କରୋନା ନେଇଛି ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୮୨ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଖୋର୍ଦ୍ଧା ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।