ଆଜି ରାଜ୍ୟରେ ୧୦ ଜୀବନ ନେଲା କରୋନା ମହାମାରୀ

ଆଜି ରାଜ୍ୟରେ ୧୦ ଜୀବନ ନେଲା କରୋନା ମହାମାରୀ

ଆଜି ରାଜ୍ୟରେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଗଞ୍ଜାମ, ବାଲେଶ୍ୱର, କଳାହାଣ୍ଡି , ମୟୁରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।