ଭୁବନେଶ୍ଵର : ଶୁକ୍ରବାର ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ ହୋଇଛି। ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଭୁବନେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧା, କନ୍ଧମାଳ, ନୂଆପଡା, ରାୟଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।