ଆଜି ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି

ଆଜି ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି

ଆଜି ରାଜ୍ୟରେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ, କନ୍ଧମାଳ, ନୟାଗଡ,ମୟୂରଭଞ୍ଜ, ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।