ରାଜ୍ୟରେ ୨୪ ଘଣ୍ଟାରେ ୧୨୦୧ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୨୦୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୨୦୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୪୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।