ରାଜ୍ୟରେ ୧୨୮୨ କରୋନା ପଜିଟିଭ

ରାଜ୍ୟରେ ୧୨୮୨ କରୋନା ପଜିଟିଭ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୨୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି । ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୫୨୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ ୫୯୪୧ଟି ରହିଥିବା ବେଳେ ୩୩୮୮୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ନମୁନା ପରୀକ୍ଷା ହୋଇଛି ।