ରାଜ୍ୟରେ ୧୩ ୭୪ କରୋନା ପଜିଟିଭ

ରାଜ୍ୟରେ ୧୩ ୭୪ କରୋନା ପଜିଟିଭ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୩୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୧୮୨ରେ ପହଞ୍ଚିଛି । ସଂକ୍ରମିତଙ୍କ ମଧ୍ୟରୁ ୮୧୨ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୫୬୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୮୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ଟିଭ୍ କେସ୍ ୭୦୦୩ଟି ରହିଥିବା ବେଳେ ୩୩୯୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୩୮୭୦୮ ନମୁନା ପରୀକ୍ଷା ହୋଇଛି ।