ରାଜ୍ୟରେ କରୋନାରେ ଆଉ ୧୪ ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୭୦ କୁ ବୃଦ୍ଧି

ରାଜ୍ୟରେ କରୋନାରେ ଆଉ ୧୪ ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୭୦ କୁ ବୃଦ୍ଧି

ରାଜ୍ୟରେ କରୋନା ପୁଣି ୧୪ ଜଣଙ୍କ ଜୀବନ ନେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।