ରାଜ୍ୟରେ ଆଉ ୧୪ ଜୀବନ ନେଲା କରୋନା, ୭୯୭ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।