୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧,୧୦୪କୁ ବୃଦ୍ଧି ପାଇଛି

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧,୧୦୪କୁ ବୃଦ୍ଧି ପାଇଛି

ଭୁବନେଶ୍ୱର:  ଆଜି ରାଜ୍ୟରେ କରୋନା ନେଲା ୧୫ ଜଣଙ୍କ ଜୀବନ । ଯାହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୦୪ ଛୁଇଁଲାଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ନବରଙ୍ଗପୁର ଏବଂ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।