ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି

ଭୁବନେଶ୍ୱର: ରାଜ୍ୟରେ ଆଉ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୯୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ମୟୁରଭଞ୍ଜ, ବରଗଡ ଜିଲ୍ଲାରୁ ୨ଜଣ ଲେଖାଏଁ, କଟକ, ମାଲକାନଗିରି, ବଲାଙ୍ଗୀର, ପୁରୀ ଏବଂ ବାଲେଶ୍ବର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।