ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି  ରାଜ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ୩, କଟକରୁ ୨, ଅନୁଗୁଳ, ବୌଦ୍ଧ, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।