ରାଜ୍ୟରେ ୧୬ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩କୁ ବୃଦ୍ଧି ପାଇଛି

ରାଜ୍ୟରେ ୧୬ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩କୁ ବୃଦ୍ଧି ପାଇଛି

ଭୁୁବନେଶ୍ୱର: ଆଜି ରାଜ୍ୟରେ ୧୬ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହା ସହିତ ମୋଟ ମୃତ୍ୟୁସଂଖ୍ୟା ୮୧୩ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରେ ବାଲେଶ୍ୱରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, କଟକ,ଢେଙ୍କାନାଳ,ଗଞ୍ଜାମ, କଳାହାଣ୍ଡ, କନ୍ଧମାଳ,ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛିି ।