ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ନୟାଗଡରୁ ୩, କଟକ ଓ ବାଲେଶ୍ୱରରୁ ୨ ଜଣ ଲେଖାଏଁ, ବରଗଡ, ଜଗତସିଂହପୁର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।