ଭୁବନେଶ୍ୱର,୨୩ ।୧୦: ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୯୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ୭୦୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୯,୫୮୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।