ଆଜି ରାଜ୍ୟରେ ୧୭ ଜୀବନ ନେଲା କରୋନା

ଆଜି ରାଜ୍ୟରେ ୧୭ ଜୀବନ ନେଲା କରୋନା

ଭୁବନେଶ୍ୱର: ଆଜି ରାଜ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହିତ କରୋନା ମୃତ୍ୟୁ ସଂଖ୍ୟା  ୯୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି  । ସେହିପରି ବାଲେଶ୍ୱରରୁ ୩,  ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ, ବରଗଡ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନୟାଗଡ ଓ ସୁବଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି  ।